11 ବୋୟଜ ତାହାକୁ ଉତ୍ତର ଦେଇ କହିଲା, "ତୁମ୍ଭ ସ୍ୱାମୀର ମୃତ୍ୟୁୁ ଉତ୍ତାରେ ତୁମ୍ଭେ ନିଜ ଶାଶୁ ପ୍ରତି ଯେରୂପ ବ୍ୟବହାର କରିଅଛ, ପୁଣି ନିଜ ପିତା ଓ ନିଜ ମାତା ଓ ନିଜ ଜନ୍ମ ଦେଶ ତ୍ୟାଗ କରି ପୂର୍ବେ ଯେଉଁମାନଙ୍କୁ ଜାଣିଲ ନାହିଁ, ଏପରି ଲୋକଙ୍କ ନିକଟକୁ ଆସିଅଛ, ଏହିସବୁ କଥା ମୋତେ ସମ୍ପୂର୍ଣ୍ଣ ରୂପେ କୁହାଯାଇଅଛି।