2 ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, "ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଛେ ପଛେ ବଳକା ଶସ୍ୟଗୁଡ଼ିକ ସାଉଣ୍ଟିବି," ତହିଁରେ ସେ ତାହାକୁ କହିଲା, "ଆହେ ଆମ୍ଭର କନ୍ୟା, ଯାଅ।" 3 ଏଥିରେ ସେ ଯାଇ କ୍ଷେତ୍ରରେ ଉପସ୍ଥିତ ହୋଇ ଶସ୍ୟକଟାଳିମାନଙ୍କର ପଛେ ପଛେ ବଳକା ଶସ୍ୟ ସଂଗ୍ରହ କରିବାକୁ ଲାଗିଲା; ଆଉ ଘଟଣାକ୍ରମେ ସେ ଏଲିମେଲକ ବଂଶୀୟ ବୋୟଜର କ୍ଷେତ୍ରଖଣ୍ଡରେ ପହଁଞ୍ଚିଲା।
8 ତହିଁରେ ବୋୟଜ ରୂତକୁ କହିଲା, "ଆହେ ମୋହର କନ୍ୟା, ମୋର କଥା କି ଶୁଣୁ ନାହଁ? ତୁମ୍ଭେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ଅନ୍ୟ କ୍ଷେତ୍ରକୁ ନ ଯାଅ, ପୁଣି ଏହି ସ୍ଥାନରୁ ନ ଯାଅ, ମାତ୍ର ଏଠାରେ ମୋର ଦାସୀଗଣର ସଙ୍ଗେ ସଙ୍ଗେ ଥାଅ। 9 ଶସ୍ୟକଟାଳିମାନେ ଯେଉଁ କ୍ଷେତ୍ରର ଶସ୍ୟ କାଟିବେ, ତାହା ପ୍ରତି ଦୃଷ୍ଟି ରଖି ତୁମ୍ଭେ ଦାସୀଗଣର ପଛେ ଯାଅ, ତୁମ୍ଭକୁ ସ୍ପର୍ଶ କରିବାକୁ ମୁଁ କି ସେ ଯୁବାମାନଙ୍କୁ ନିଷେଧ କରି ନାହିଁ? ଆଉ ତୁମ୍ଭେ ତୃଷିତ ହେଲେ, ପାତ୍ର ନିକଟକୁ ଯାଇ ଯୁବାମାନଙ୍କର କାଢ଼ିବା ଜଳରୁ ପାନ କର।"