Publicidade

Salmos 1

ସଫଳତାର ପଥ

1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ,

ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ,

କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,

2 ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ

ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।

3 ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ,

ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ

ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ;

ପୁଣି, ସେ ଯାହା କରେ, ତାହା ସଫଳ ହେବ।

4 ଦୁଷ୍ଟମାନେ ସେପ୍ରକାର ନୁହନ୍ତି;

ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।

5 ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା

ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ।

6 କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର

ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-