8 ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ,
କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ।
9 ସେ ନିରନ୍ତର ଧମକାଇବେ ନାହିଁ;
କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ।
10 ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି,
କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି।
11 କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ,
ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ।
12 ପୂର୍ବରୁ ପଶ୍ଚିମ ଯେତେ ଦୂର,
ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି।