39 ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ
ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।
40 ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ
ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ।
41 ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା;
ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା।