28 ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି,
ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କରନ୍ତି।
29 ସେ ବତାସକୁ ସୁସ୍ଥିର କରନ୍ତି,
ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ।
30 ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ ଆନନ୍ଦ କରନ୍ତି;
ଏହିରୂପେ ସେ ସେମାନଙ୍କୁ ବାଞ୍ଛିତ ବନ୍ଦରରେ ପ୍ରବେଶ କରାନ୍ତି।