Publicidade

Salmos 112

ସଜ୍ଜନର ଆନନ୍ଦ

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର,

ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ,

ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ।

2 ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ

ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।

3 ତାହାର ଗୃହରେ ଧନସମ୍ପତ୍ତି ଥାଏ

ଓ ତାହାର ଧର୍ମ ସଦାକାଳସ୍ଥାୟୀ

4 ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ;

ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ।

5 ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ;

ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।

6 କାରଣ ସେ କଦାପି ବିଚଳିତ ନୋହିବ;

ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।

7 ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ।

ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।

8 ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ,

ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ।

9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି;

ତାହାର ଧର୍ମ ସଦାକାଳସ୍ଥାୟୀ;

ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।

10 ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ;

ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳି ଯିବ;

ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-