Publicidade

Salmos 12

ସହାୟତା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଶମୀନୀତ୍‍ ସ୍ୱରରେ ଦାଉଦଙ୍କର ଗୀତ।

1 ସଦାପ୍ରଭୋ, ସାହାଯ୍ୟ କର, କାରଣ ଧାର୍ମିକ ଲୋକ ଲୋପ ପାଇଅଛନ୍ତି;

ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ବିଶ୍ୱସ୍ତ ଲୋକର ହ୍ରାସ ହୋଇଅଛି।

2 ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି।

ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।

3 ସଦାପ୍ରଭୁ ଚାଟୁବାଦୀ

ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ;

4 ସେମାନେ କହନ୍ତି, "ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା;

ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ?"

5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ,

ସଦାପ୍ରଭୁ କହନ୍ତି, "ଆମ୍ଭେ ଏବେ ଉଠିବା;

ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।"

6 ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ,

ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ।

7 ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ,

ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ।

8 ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ

ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-