Publicidade

Salmos 120

ସାହାଯ୍ୟ ପ୍ରାର୍ଥନା
ଆରୋହଣ ଗୀତ।

1 ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି,

ତହିଁରେ ସେ ମୋତେ ଉତ୍ତର ଦେଲେ।

2 ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ

ଓ ପ୍ରବଞ୍ଚକ ଜିହ୍ୱାରୁ ମୋʼ ପ୍ରାଣକୁ ଉଦ୍ଧାର କର।

3 ହେ ପ୍ରବଞ୍ଚକ ଜିହ୍ୱେ,

ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?

4 ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ସହ ଦଣ୍ଡ ଦେବେ।

5 ହାୟ, ହାୟ, ମୁଁ ମେଶକ୍‍ରେ ପ୍ରବାସ କରେ।

ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ।

6 ଶାନ୍ତି ଘୃଣାକାରୀ ଲୋକ ସହିତ

ମୋʼ ପ୍ରାଣ ଦୀର୍ଘ କାଳ ବାସ କରିଅଛି।

7 ମୁଁ ଶାନ୍ତି ଚାହେଁ;

ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-18_14-04-22-