Publicidade

Salmos 121

ପରମେଶ୍ୱର ଆମ ରକ୍ଷକ
ଆରୋହଣ ଗୀତ।

1 ମୁଁ ପର୍ବତଗଣ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରିବି;

କେଉଁଠାରୁ ମୋହର ସାହାଯ୍ୟ ଆସିବ?

2 ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ,

ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ।

3 ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ;

ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ।

4 ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି,

ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ।

5 ସଦାପ୍ରଭୁ ତୁମ୍ଭର ରକ୍ଷକ;

ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା।

6 ଦିବସରେ ସୂର୍ଯ୍ୟ, କିଅବା

ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ।

7 ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ;

ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।

8 ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର

ଓ ଭିତରେ ଆସିବାର ରକ୍ଷା କରିବେ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-