Publicidade

Salmos 125

ସଦାପ୍ରଭୁଙ୍କ ଲୋକମାନଙ୍କର ନିରାପତ୍ତା
ଆରୋହଣ ଗୀତ।

1 ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି,

ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।

2 ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ,

ସେପରି ଆଜିଠାରୁ ସଦାକାଳ

ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।

3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ,

ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।

4 ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ

ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର।

5 ମାତ୍ର ଯେଉଁମାନେ ଆପଣା ଆପଣା ବକ୍ର ପଥରେ ବିପଥଗାମୀ ହୁଅନ୍ତି,

ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ।

ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-16_18-40-07-