Publicidade

Salmos 127

ମଙ୍ଗଳମୟ ସଦାପ୍ରଭୁଙ୍କ ସ୍ତୁତି
ଆରୋହଣ ଗୀତ; ଶଲୋମନଙ୍କ ରଚିତ।

1 ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି,

ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି;

ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି,

ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।

2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ

ଓ ଏତେ ବିଳମ୍ବରେ ବିଶ୍ରାମ କର,

ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା।

କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।

3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର

ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର

4 ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।

5 ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ;

ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ

ଲଜ୍ଜିତ ହେବେ ନାହିଁ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-