Publicidade

Salmos 128

ବାଧ୍ୟତାର ପୁରସ୍କାର
ଆରୋହଣ ଗୀତ।

1 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି

ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।

2 କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;

ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।

3 ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;

ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।

4 ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ

ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।

5 ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ;

ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ।

6 ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ।

ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-