Pular para o conteúdo
Publicidade

ଗୀତସଂହିତା 13

ସହାୟତା ପାଇଁ ନିବେଦନ

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

1 ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ?

ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ?

2 ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ

କେତେ କାଳ ମନେ ମନେ ପରାମର୍ଶ କରିବି?

କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ?

3 ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ;

ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;

4 କେଜାଣି ମୋʼ ଶତ୍ରୁ କହିବ, "ମୁଁ ତାହାକୁ ଜୟ କରିଅଛି,"

ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।

5 ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି;

ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;

6 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି,

କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.