Publicidade

Salmos 136

ଧନ୍ୟବାଦ ସ୍ତୁତି

1 ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

2 ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

3 ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

4 ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର);

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

5 ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ;

ତାହାଙ୍କର (ଧନ୍ୟବାଦ କର);

କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।

6 ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର);

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

7 ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର);

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

8 ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ);

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

9 ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ);

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

10 ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

11 ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

12 ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

13 ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର);

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

14 ତହିଁ ମଧ୍ୟଦେଇ ଇସ୍ରାଏଲକୁ ପାର କରାଇଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

15 ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

16 ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର);

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

17 ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର);

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

18 ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

19 ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

20 ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

21 ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

22 ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

23 ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

24 ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

25 ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

26 ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-