Publicidade

Salmos 14

ମଣିଷର ଦୁଷ୍ଟତା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

1 ମୂଢ଼ ମନେ ମନେ କହିଅଛି, "ପରମେଶ୍ୱର ନାହାନ୍ତି।"

ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି;

ସୁକର୍ମକାରୀ କେହି ନାହିଁ।

2 ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି

ଅଛି କି ନାହିଁ, ଏହା ଦେଖିବା ପାଇଁ

ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି।

3 ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି;

ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।

4 ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ?

ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି

ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।

5 ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ;

କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।

6 ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ,

ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।

7 ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ!

ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣନ୍ତି

ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-16_18-40-07-