Publicidade

Salmos 148

ସଦାପ୍ରଭୁଙ୍କ ସ୍ତୁତି ପାଇଁ ବିଶ୍ୱକୁ ଆହ୍ୱାନ

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର;

ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର।

2 ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର;

ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

4 ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ,

ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

5 ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ;

କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ।

6 ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି;

ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।

7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର,

ହେ ତିମିଙ୍ଗିଳ ଓ ସକଳ ବାରିଧି;

8 ଅଗ୍ନି ଓ ଶିଳା, ହିମ ଓ ବାଷ୍ପ;

ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;

9 ପର୍ବତ ଓ ସକଳ ଉପପର୍ବତ;

ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;

10 ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ;

ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;

11 ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ;

ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।

12 ଯୁବକ ଓ ଯୁବତୀମାନେ;

ବୃଦ୍ଧ ଓ ବାଳକମାନେ;

13 ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ;

କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ;

ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।

14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି,

ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର

ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-16_18-40-07-