Publicidade

Salmos 149

ସ୍ତୁତି ଭଜନ

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର

ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର।

2 ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ;

ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।

3 ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ;

ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।

4 କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି;

ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।

5 ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ;

ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ।

ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ;

6 ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ।

7 ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ,

ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,

8 ସେମାନଙ୍କ ରାଜାଗଣକୁ ଶିକୁଳିରେ

ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,

9 ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ,

ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-