Pular para o conteúdo
Publicidade

ଗୀତସଂହିତା 15

ସଦାପ୍ରଭୁଙ୍କ ଆବଶ୍ୟକତା

ଦାଉଦଙ୍କର ଗୀତ।

1 ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ?

ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ?

2 ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା

ଅନ୍ତଃକରଣରେ ସତ୍ୟ କହେ।

3 ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ,

ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ,

କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।

4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ;

ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ।

ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।

5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ,

କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ।

ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚା ଯିବ ନାହିଁ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.