Publicidade

Salmos 20

ବିଜୟ ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

1 ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ;

ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;

2 ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ,

ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ;

3 ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ,

ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; [ସେଲା]

4 ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ

ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ।

5 ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ

ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ;

ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।

6 ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତଙ୍କୁ ଉଦ୍ଧାର କରନ୍ତି,

ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ

ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ।

7 କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି;

ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।

8 ସେମାନେ ନତ ହୋଇ ପତିତ ହୋଇଅଛନ୍ତି;

ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ।

9 ହେ ସଦାପ୍ରଭୋ, ପରିତ୍ରାଣ କର;

ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-