Publicidade

Salmos 23

ସଦାପ୍ରଭୁ ମୋର ପ୍ରତିପାଳକ
ଦାଉଦଙ୍କର ଗୀତ।

1 ସଦାପ୍ରଭୁ ମୋହର ପ୍ରତିପାଳକ;

ମୋହର ଅଭାବ ହେବ ନାହିଁ।

2 ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି;

ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।

3 ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି,

ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି।

4 ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ

କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ,

ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।

5 ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ;

ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ;

ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।

6 ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ;

ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-