Pular para o conteúdo
Publicidade

ଗୀତସଂହିତା 3

ପ୍ରଭାତକାଳୀନ ପ୍ରାର୍ଥନା

ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ।

1 ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି।

ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ।

2 ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ

ନିକଟରେ ତାହା ପାଇଁ ପରିତ୍ରାଣ3:2 ପରିତ୍ରାଣ କିମ୍ବା ସାହାଯ୍ୟ ନାହିଁ। [ସେଲା]

3 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ;

ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ।

4 ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ,

ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା]

5 ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି;

କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।

6 ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ

ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ।

7 ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର।

କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ;

ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।

8 ପରିତ୍ରାଣ3:8 ପରିତ୍ରାଣ କିମ୍ବା ବିଜୟ ସଦାପ୍ରଭୁଙ୍କର ଅଧିକାର;

ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। [ସେଲା]

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.