Publicidade

Salmos 32

ପାପ ସ୍ୱୀକାର ଓ କ୍ଷମା
ଦାଉଦଙ୍କ ଗୀତ।

1 ଯାହାର ଅପରାଧ କ୍ଷମା,

ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।

2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି

ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।

3 ମୁଁ ମୌନ ହୋଇଥିବା ବେଳେ ଦିନସାରା ଆର୍ତ୍ତନାଦ

କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।

4 କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା;

ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। [ସେଲା]

5 ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି

ଓ ଆପଣା ଅଧର୍ମ ଲୁଚାଇଲି ନାହିଁ;

ମୁଁ କହିଲି, "ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,"

ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]

6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ;

ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।

7 ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ;

ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା]

8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି;

ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।

9 ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ;

ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ,

ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ।

10 ଦୁଷ୍ଟକୁ ଅନେକ ଦୁଃଖ ଘଟିବ;

ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ।

11 ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ;

ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ୱନି କର।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-