8 ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ;
ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
9 ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର;
କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ।
10 ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ;
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।
11 ହେ ବାଳକମାନେ, ଆସ, ମୋʼ କଥା ଶୁଣ;
ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।