Publicidade

Salmos 36

ମନୁଷ୍ୟର ଦୁଷ୍ଟତା
ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ।

1 ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ,

ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର।

2 କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ

ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।

3 ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର;

ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।

4 ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ;

ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ;

ସେ ମନ୍ଦତା ଘୃଣା କରେ ନାହିଁ।

ପରମେଶ୍ୱର ମଙ୍ଗଳମୟ

5 ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ;

ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।

6 ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ;

ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ;

ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।

7 ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ!

ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।

8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ;

ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।

9 କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି;

ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।

10 ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା

ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।

11 ଅହଙ୍କାରୀର ଚରଣ ମୋʼ ବିରୁଦ୍ଧରେ ନ ଆସୁ

ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ।

12 ହେଇ, ଅଧର୍ମାଚାରୀମାନେ ପତିତ ହେଲେ;

ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-16_18-40-07-