3 ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର;
ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ।
4 ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର;
ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ।
5 ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର;
ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।
6 ଆଉ, ସେ ଦୀପ୍ତି ତୁଲ୍ୟ ତୁମ୍ଭର ଧର୍ମ
ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ।