Publicidade

Salmos 4

ସାହାଯ୍ୟାର୍ଥେ ସନ୍ଧ୍ୟାକାଳୀନ ପ୍ରାର୍ଥନା
ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

1 ହେ ମୋହର ଧର୍ମସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ;

ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ;

ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।

2 ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ?

କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ? [ସେଲା]

3 ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍‍ଭକ୍ତ ଲୋକକୁ ପୃଥକ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ;

ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ।

4 ଭୀତ ହୁଅ ଓ ପାପ କର ନାହିଁ;

ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା]

5 ଧର୍ମବଳି ଉତ୍ସର୍ଗ କର

ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।

6 ଅନେକେ କହନ୍ତି, "କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ?"

ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର।

7 ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ,

ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ।

8 ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ

ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-