Publicidade

Salmos 49

ଧନ ଉପରେ ଆସ୍ଥା ମୂର୍ଖତା
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ।

1 ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,

2 ନୀଚ ଓ ଉଚ୍ଚ,

ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର।

3 ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ

ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।

4 ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି;

ମୁଁ ବୀଣା ଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।

5 ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ

ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି?

6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର

ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;

7 ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ

ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ

ମୁକ୍ତ କରି ନ ପାରେ।

8 କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ

ଦେଇ ନ ପାରେ;

9 କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ

ଓ ଅନନ୍ତକାଳ ଅସାଧ୍ୟ।

10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି,

ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି,

ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।

11 ସେମାନଙ୍କ କବର ସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ,

ଏହା ସେମାନଙ୍କର ଆନ୍ତରିକ ବିଚାର;

ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।

12 ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ;

ସେ ବିନାଶ୍ୟ ପଶୁ ତୁଲ୍ୟ।

13 ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ;

ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। [ସେଲା]

14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ;

ମୃତ୍ୟୁୁ ସେମାନଙ୍କର ପାଳକ ହେବ;

ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ;

ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର

ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।

15 ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ;

କାରଣ ସେ ମୋତେ ଗ୍ରହଣ କରିବେ। [ସେଲା]

16 କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ

ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;

17 କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ;

ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ।

18 ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା,

ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;

19 ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ;

ସେମାନେ କଦାପି ଦୀପ୍ତି ଦେଖିବେ ନାହିଁ।

20 ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ,

ସେ ବିନାଶ୍ୟ ପଶୁ ତୁଲ୍ୟ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-