Publicidade

Salmos 51

କ୍ଷମା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍‍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍‍ବକ୍ତା ଆସିବା ସମୟରେ ରଚିତ।

1 ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର;

ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।

2 ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର

ଓ ମୋʼ ପାପରୁ ମୋତେ ଶୁଚି କର।

3 କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି

ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି।

4 ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି,

ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି;

ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର

କରିବା ବେଳେ ନିର୍ଦ୍ଦୋଷ ହେବ।

5 ଦେଖ, ଅପରାଧରେ ମୁଁ ନିର୍ମିତ ହେଲି

ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା।

6 ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ;

ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।

7 ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି;

ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।

8 ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ;

ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।

9 ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର

ଓ ମୋʼ ଅପରାଧସବୁ ମାର୍ଜନା କର।

10 ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ

ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।

11 ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ

ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ।

12 ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ

ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।

13 ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି

ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ।

14 ହେ ପରମେଶ୍ୱର, ମୋʼ ତ୍ରାଣର ପରମେଶ୍ୱର,

ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର;

ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।

15 ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ,

ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।

16 କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ;

ହେଲେ ମୁଁ ତାହା ଦିଅନ୍ତି;

ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।

17 ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି,

ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।

18 ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର;

ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର।

19 ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ

ଆହୁତିରେ ସନ୍ତୁଷ୍ଟ ହେବ;

ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-16_18-40-07-