Publicidade

Salmos 54

ଶତ୍ରୁ କବଳରୁ ରକ୍ଷା ପାଇବା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍‍। "ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ?" ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ।

1 ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ

କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର।

2 ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋʼ

ମୁଖର କଥାରେ କର୍ଣ୍ଣପାତ କର।

3 କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି,

ପୁଣି, ଦୁରନ୍ତ ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି।

ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। [ସେଲା]

4 ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ;

ପ୍ରଭୁ ମୋʼ ପ୍ରାଣରକ୍ଷକ ଅଟନ୍ତି।

5 ସେ ମୋʼ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ;

ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର।

6 ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି;

ହେ ସଦାପ୍ରଭୋ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି,

କାରଣ ତାହା ଉତ୍ତମ।

7 ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି;

ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-