Publicidade

Salmos 61

ସୁରକ୍ଷା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ।

1 ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ;

ମୋʼ ପ୍ରାର୍ଥନାରେ ମନୋଯୋଗ କର।

2 ମୋʼ ମନ ଉଦ୍‍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି;

ମୋʼ ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।

3 କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟ

ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ।

4 ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି;

ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି।

5 କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ;

ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ।

6 ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ;

ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ।

7 ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ;

ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର।

8 ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି

ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-