Publicidade

Salmos 62

ପରମେଶ୍ୱରଙ୍କ ସୁରକ୍ଷାରେ ଦୃଢ଼ ବିଶ୍ୱାସ
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍‍‍ର ରୀତି ଅନୁସାରେ ଦାଉଦଙ୍କର ଗୀତ।

1 ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ;

ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।

2 କେବଳ ସେ ମୋହର ଶୈଳ ଓ ପରିତ୍ରାଣ;

ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।

3 ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ

ଜଣେ ମନୁଷ୍ୟକୁ ବଧ କରିବା ପାଇଁ

ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ?

4 ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି;

ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ;

ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। [ସେଲା]

5 ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର;

କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।

6 କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ;

ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।

7 ମୋହର ପରିତ୍ରାଣ ଓ ମୋହର ଗୌରବ

ପରମେଶ୍ୱରଙ୍କଠାରେ ଅଛି;

ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।

8 ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର;

ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ;

ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]

9 ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା;

ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।

10 ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ;

ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।

11 ପରମେଶ୍ୱର ଥରେ କହିଅଛନ୍ତି,

ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ,

ପରାକ୍ରମ ପରମେଶ୍ୱରଙ୍କର ଅଟଇ।

12 ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ;

କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-16_18-40-07-