Publicidade

Salmos 8

ସଦାପ୍ରଭୁଙ୍କ ମହିମା, ମନୁଷ୍ୟର ମର୍ଯ୍ୟାଦା
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ ଦାଉଦଙ୍କର ଗୀତ।

1 ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ!

ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।

2 ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ

ଆପଣା ବିପକ୍ଷଗଣ ସକାଶୁ

ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।

3 ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ

ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)

4 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ?

ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?

5 ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ,

ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।

6 ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ;

ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;

7 ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;

8 ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ,

ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।

9 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ,

ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-16_18-40-07-