Publicidade

Salmos 84

ସଦାପ୍ରଭୁଙ୍କ ଗୃହ ପ୍ରତି ଆଗ୍ରହ
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ କୋରହ-ସନ୍ତାନଗଣର ଗୀତ।

1 ହେ ସୈନ୍ୟାଧିପତି ସଦାପ୍ରଭୋ,

ତୁମ୍ଭର ଆବାସ କିପରି ପ୍ରିୟତମ!

2 ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ;

ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।

3 ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ

ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି,

ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍‍

ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,

4 ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ;

ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। [ସେଲା]

5 ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ

ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।

6 ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି;

ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।

7 ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି,

ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।

8 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ;

ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। [ସେଲା]

9 ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର

ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ।

10 କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ;

ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ

ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।

11 କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି;

ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ;

ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।

12 ହେ ସୈନ୍ୟାଧିପତି ପରମେଶ୍ୱର,

ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-16_18-40-07-