Publicidade

Salmos 95

ସ୍ତୁତିଗାନ

1 ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ;

ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।

2 ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ,

ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।

3 କାରଣ ସଦାପ୍ରଭୁ ମହାନ ପରମେଶ୍ୱର

ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି।

4 ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ;

ପର୍ବତଗଣର ଶିଖ ମଧ୍ୟ ତାହାଙ୍କର।

5 ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ;

ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ।

6 ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ;

ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ;

7 କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର,

ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ।

ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।

8 ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ,

ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;

9 ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ,

ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।

10 ଆମ୍ଭେ ଚାଳିଶ ବର୍ଷ ଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ,

ପୁଣି କହିଲୁ, "ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ

ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;"

11 ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ

କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-