Publicidade

Salmos 96

ସଦାପ୍ରଭୁ ରାଜାଧିରାଜ

1 ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର;

ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।

2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର;

ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର।

3 ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ,

ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର।

4 କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ;

ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ।

5 କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର;

ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।

6 ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ;

ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ।

7 ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର,

ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।

8 ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର;

ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ।

9 ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର;

ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ।

10 "ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ;

ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ;

ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।"

11 ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର;

ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;

12 କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ;

ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ;

13 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି;

ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି;

ସେ ଧର୍ମରେ ଜଗତର

ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-