Publicidade

Salmos 99

ସଦାପ୍ରଭୁ ହିଁ ରାଜାଧିରାଜ

1 ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ;

ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।

2 ସଦାପ୍ରଭୁ ସିୟୋନରେ ମହାନ

ଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ।

3 ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ;

ସେ ପବିତ୍ର ଅଟନ୍ତି।

4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ;

ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ,

ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।

5 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର

ଓ ତାହାଙ୍କ ପାଦପୀଠରେ ପ୍ରଣାମ କର;

ସେ ପବିତ୍ର ଅଟନ୍ତି।

6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ

ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ;

ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।

7 ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ;

ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ।

8 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ।

ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ

ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ।

9 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର

ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର;

କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-15_21-32-39-