12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ। 13 କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଈଶ୍ବରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ବର ମନ୍ଦରେ ପରୀକ୍ଷିତ ହୋଇପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ। 14 କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ; 15 ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ।
Publicidade