22 କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ। 23 କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ, 24 ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ।