5 ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହାଗର୍ବର କଥା କହେ। ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ। 6 ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ।