14 ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ। 15 ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।