15 ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ। 16 ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।