ଧୈର୍ଯ୍ୟ ସହ କ୍ଳେଶଭୋଗ
7 ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ। 8 ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ।