2 ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି; 3 ସେହି ଅନନ୍ତ ଜୀବନ ସତ୍ୟ ଈଶ୍ବର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଆଜ୍ଞାନୁସାରେ ମୋʼ ଠାରେ ସମର୍ପିତ ହୋଇଅଛି।