3 ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର; 4 ଈଶ୍ଵରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥିନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା,
5 ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ।