4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା, 5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; 6 ସେହି ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଢାଳି ଦେଲେ,