10 ଏନ୍ତାରି ନଏଁଜେ, ଆମେ ପର୍ମେସର୍କେ ଆଲାଦ୍ କଲୁ, ମାତର୍ ସେ ଆମ୍କେ ଆଲାଦ୍ କଲା । ଆରି କୁରୁସ୍କାଟେ ମଲାର୍ପାଇ ଆମର୍ ଡଣ୍ଡ୍ ପାଇବାକେ ତାର୍ ପଅକେ ପାଟାଇଲା । ଏଟା ଅଇଲାନି ସତ୍ସଙ୍ଗ୍ ଆଲାଦ୍ କର୍ବାଟା ।
11 ଏ ମର୍ ଆଲାଦର୍ ମଇତର୍ମନ୍, ଜେନ୍ତିକି ପର୍ମେସର୍ ଆମ୍କେ ଏତେକ୍ ଆଲାଦ୍ କଲାର୍ପାଇ, ଆମେମିସା ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ସେନ୍ତାରି ଆଲାଦ୍ କର୍ବାର୍ ଆଚେ । 12 ୪:୧୨ ଜଅନ୍ ୧:୧୮କେ ମିସା ପର୍ମେସର୍କେ ଦେକତ୍ ନାଇତା । ମାତର୍ ଆମେ ଜଦି ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କଲେ, ପର୍ମେସର୍ ଆମର୍ ସଙ୍ଗ୍ ମିସିଆଚେ । ସେ ଆମର୍ଟାନେ ତାର୍ ଆଲାଦ୍ ସିଦ୍ କର୍ସି ।