15 ତମେ ସବୁଲକ୍ ଗଟେକ୍ ଗାଗ୍ଡେ ରଇବା ବିନ୍ ବିନ୍ଟା ଅଇଲାର୍ ପାଇ, କର୍ବା ସବୁ କାମେ କିରିସ୍ଟ ତମ୍କେ ବାଟ୍ ଦେକାଅ । ସେ ତମ୍କେ ସାନ୍ତି ଦେଲା ଆଚେ । ତମେ ସାନ୍ତି ସଙ୍ଗ୍ ରଇବାକେ ସେ ତମ୍କେ ବାଚ୍ଲାଆଚେ । ଆରି ପର୍ମେସର୍କେ ଦନିଅବାଦ୍ ଦେଇତେରୁଆ ।
16 କିରିସ୍ଟର୍ ବାକିଅ ଦିଆନ୍କରି ଲାଗିରୁଆ । ତମର୍ ତମର୍ ବିତ୍ରେ ସିକିକରି ଜାଗ୍ରତ୍ ଅଇରୁଆ । ଏଟା ଗିଆନ୍ ସଙ୍ଗ୍ କରା । ଗିତ୍ ସଙ୍ଗିତା ବଇର୍ ଗିତ୍ମନ୍, ବିନ୍ ଗିତ୍ମନ୍ ଆରି ସୁକଲ୍ ଗିତ୍ମନ୍ କଇତେରୁଆ । ମନ୍ବିତ୍ରେ ଦନିଅବାଦ୍ କଇକରି ପର୍ମେସର୍କେ ଗିତ୍ କଇତେରୁଆ । 17 ତମେ କାଇଟା ମିସା କଇଲେ କି କଲେ, ସେ ସବୁ ମାପ୍ରୁ ଜିସୁର୍ ନାଉଁଦାରି ବାବା ପର୍ମେସର୍କେ ଦନିଅବାଦ୍ ଦିଆସ୍ ।