13 ଆମେ କେ ମିସା ନିଅମର୍ ସବୁ ଆଦେସ୍ ମାନି ନାପାରୁ । ସେଟାର୍ପାଇଁ ଆମେ ସବୁ ଡଣ୍ଡ୍ ପାଇବାର୍ ରଇଲା । ମାତର୍ କିରିସ୍ଟ ଆମର୍ ସାଇପ୍ ନିଜେ ନେଲା ଆରି ନିୟମର୍ ସାଇପେଅନି ଆମ୍କେ ମୁକ୍ଲାଇଲା । ଦରମ୍ ସାସ୍ତରେ ଲେକାଆଚେ, ଜେ ଗଚେ ଉଚ୍କିଅଇ ମର୍ସି, ସେ ପରମେସରର୍ତେଇ ଅନି ସାଇପ୍ ପାଇଲା ଲକ୍ !