13 ଏ ବାଇବଇନିମନ୍, ନିୟମର୍ ଡଣ୍ଡେଅନି ମୁକ୍ଲାଇ ଅଇବାକେ ପର୍ମେସର୍ ତମ୍କେ ଡାକ୍ଲାଆଚେ । ମାତର୍ ଜାଗ୍ରତ୍, ଏବେ ଆରି ଗାଗଡର୍ ମନ୍ କର୍ବାଟା ସବୁ ପୁରାପୁରୁନ୍ କରିଅଇସି ବଲି କୁଆନାଇ । ମାତର୍ ଆଲାଦେଅନି ଚଲାଚଲ୍ତି ଅଇ ତମର୍ ବିତ୍ରେ ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସେବା କରା । 14 କାଇକେ ବଇଲେ ସବୁ ନିୟମ୍ ଏ ଗଟେକ୍ ବାକିଅତେଇ ସିଦ୍ ଅଇସି, ତମେ ନିଜ୍କେ ଆଲାଦ୍ କଲାପାରା ବିନ୍ ଲକ୍କେ ଆଲାଦ୍ କରା ।